ଉପକୂଳ ଓଡିଶାଓଡିଶାଟ୍ୱିନ ସିଟିଶୀର୍ଷ ଖବର

ଭଡ଼ାଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

କଟକ ଜାତୀୟ ଆଇନ ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ ଅଧ୍ୟାପିକା

ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର। କଟକ ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ାଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଅଧ୍ୟାପିକା ଜଣଙ୍କ ହେଉଛନ୍ତି ଅନନ୍ୟା ଚକ୍ରବର୍ତ୍ତୀ। ସେ କଟକ ଜାତୀୟ ଆଇନ ବିଶ୍ୱ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ତାଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି ମିଳିଥିବା ସୂଚନା ମୁତାବକ, ୨ ଦିନ ହେବ ଅନନ୍ୟା କଲେଜ ଯାଇ ନଥିଲେ। କଲେଜ କର୍ତ୍ତୃପକ୍ଷ ତାଙ୍କ ଫୋନକୁ କଲ୍‌ କରିଥିଲେ। ଅନ୍ୟାନଙ୍କ ଫୋନ୍ ରିଙ୍ଗ୍ ହୋଇଥିଲେ ମଧ୍ୟ ସେ ଉଠାଇ ନଥିଲେ। ଏନେଇ କଲେଜ କର୍ତ୍ତୃପକ୍ଷ ପୁଲିସକୁ ଘଟଣା ସଂପର୍କରେ କହିଥିଲେ। ପୁଲିସ ଓ କଲେଜ କର୍ତ୍ତୃପକ୍ଷ ଭଡ଼ା ଘରେ ପହଞ୍ଚି ଅଧ୍ୟାପିକାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ। ତେବେ ଅଧ୍ୟାପିକାଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ଘଟଣା ସଂପର୍କରେ ଅଧ୍ୟାପିକାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି। ପୁଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!