ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଏହା ପ୍ରଭାବରେ ଓଡ଼ିଶାରେ ଲଗାଣ ବର୍ଷା ସହ ପବନ ଜାରି ରହିଛି। ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି। ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଫିସରଙ୍କୁ ଦାୟିତ୍ବ ଦିଆଯାଇଛି। ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ଓ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ଦାୟିତ୍ବ ଦିଆଯାଇଛି।
ଅନ୍ୟପକ୍ଷରେ, ପ୍ରବଳ ବର୍ଷା କାରଣରୁ ପୋଟେରୁ ପୋଲ ଉପରେ ୫ରୁ୬ ଫୁଟ୍ ବନ୍ୟା ପାଣି ଯାଉଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି। ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଫିସରଙ୍କୁ ଦାୟିତ୍ବ ଦିଆଯାଇଛି। ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର ଓ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ଦାୟିତ୍ବ ଦିଆଯାଇଛି। କାଲିମେଳାରୁ ମୋଟୁକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। MV-90 ଏବଂ MV-96 ପୋଲ ଉପରେ ବନ୍ୟାପାଣି ପ୍ରବାହିତ ହେଉଛି। ମାଲକାନଗିରିରୁ କୋରାପୁଟ ଜିଲ୍ଲାକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇ ଯାଇଛି।