ସୁନା କିଣୁଥିଲେ ସାବଧାନ । କାହିଁକି ନା ଗ୍ରାହକଙ୍କୁ ଚୂନ ଲଗାଉଛନ୍ତି ଅସାଧୁ ସୁନା ବ୍ୟବସାୟୀ । ଗତ ୫ ମାସ ମଧ୍ୟରେ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କରାଯାଇଥିବା ୩ ହଜାର ୧୨୫ଟି ରେଡ୍ରୁ ୧୧୬ ଜଣ ବ୍ୟବସାୟୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି । ସେମାନଙ୍କ ବିରୋଧରେ ମାମଲା ରୁଜୁ ହେବା ସହିତ ୩ ଲକ୍ଷ ୧୩ ହଜାର ୮୦୦ ଟଙ୍କାର ଫାଇନ୍ ମଧ୍ୟ ଆଦାୟ କରାଯାଇଛି । ଖୋର୍ଦ୍ଧା, କଟକ ଓ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଠକେଇ ହୋଇଛି । ଗତବର୍ଷ ମଧ୍ୟ ୪୯୫ ସୁନା ବ୍ୟବସାୟୀ ଗ୍ରାହକଙ୍କୁ ଠକିଥିଲେ । ସେମାନଙ୍କଠୁ ୧୫ ଲକ୍ଷ ୩୦ ହଜାର ଟଙ୍କା ଫାଇନ୍ ଆଦାୟ ହୋଇଛି । ଆଜି ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ତଥ୍ୟ ରଖିଛନ୍ତି ।
Related Articles
Check Also
Close
-
ମାଥିଲିରେ ଝାଡ଼ାବାନ୍ତିର ପ୍ରକୋପ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧିSeptember 14, 2024