ଓଡିଶାରାଷ୍ଟ୍ରଶୀର୍ଷ ଖବର
Trending

ପାକିସ୍ତାନରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଜୋର୍‌ଦାର ସ୍ବାଗତ

ପ୍ରଧାନମନ୍ତ୍ରୀ ଶହୱାଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ହେବା ନେଇ ଚର୍ଚ୍ଚା

ପାକିସ୍ତାନରେ ପହଞ୍ଚି ସାରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ତାଙ୍କୁ ସେଠାରେ ଜୋରଦାର ସ୍ୱାଗତ କରାଯାଇଛି। ସେଠ‌ାରେ ଏସସିଓ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଜୟଶଙ୍କର ଯାଇଛନ୍ତି। । ପ୍ରଧାନମନ୍ତ୍ରୀ ଶହୱାଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ହେବା ନେଇ ଚର୍ଚ୍ଚା ହେଉଛି। ୯ ବର୍ଷ ପରେ ଏହା ହେଉଛି ଭାରତୀୟ ବୈଦେଶିକ ମନ୍ତ୍ରୀଙ୍କ ପ୍ରଥମ ପାକିସ୍ତାନ ଗସ୍ତ । ପାକିସ୍ତାନରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ସାମିଲ ହେବେ ଜୟଶଙ୍କର। ଏହି ଗସ୍ତକୁ  ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ଦୀର୍ଘ ବର୍ଷ ଧରି ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସମ୍ପର୍କରେ ଲାଗି ରହିଥିବା ଉତ୍ତେଜନା ମଧ୍ୟରେ ଏହା ହେଉଛି ଭାରତର ପ୍ରଥମ ଉଚ୍ଚସ୍ତରୀୟ ପାକିସ୍ତାନ ଗସ୍ତ । ଇସଲାମାବାଦରେ ପହଞ୍ଚିବା ପରେ ଜୟଶଙ୍କର ଏସସିଓ ସଦସ୍ୟ ଦେଶମାନଙ୍କୁ ସ୍ୱାଗତ କରିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଦ୍ୱାରା ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେବେ । ତେବେ ଏହି ଗସ୍ତ ଅବସରରେ ଜୟଶଙ୍କର ଏବଂ ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି । ଏହାପୂର୍ବରୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ସୁଷମା ସ୍ୱରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ଡିସେମ୍ବରରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଗସ୍ତ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!