ଶୀର୍ଷ ଖବରସଂସ୍କୃତି
Trending

କାର୍ତ୍ତିକ ରପ୍ରଥମ ସୋମବାର ରେ ଧବଳେଶ୍ୱର ଙ୍କ ପୀଠରେ ଶ୍ରଦ୍ଧାଳୁ ଭିଡ !

କଟକ : କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ‌ ହୋଇଉଠିଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ । ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।                           

ଆଜି ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କ ସ୍ନାନ କରାଯାଇଛି । ପରେ ମଙ୍ଗଳାଆଳତୀ, ମଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି ।                               

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!