ଆଜି ମଧ୍ୟାହ୍ଣ ୧୨ଟାରେ ପୁଣି ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯିବେ। ସେ ଭୁବନେଶ୍ଵର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ଯାଇ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିବେ। ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଏସଆରସି ଏବଂ ପୁଲିସ ଡିଜି ଓ୍ମାଇ ବି ଖୁରାନିଆ ପ୍ରମୁଖ ବି ଉପସ୍ଥିତ ରହିବେ ବୋଲି ଜଣାଯାଇଛି।ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।