ଆଜି ପବିତ୍ର ଅଁଳା ନବମୀ । ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର । ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ । ଓଡିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ପାରମ୍ପରିକ ସୁବର୍ଣ୍ଣ ଗହଣା ଗୁଡିକ ମାଆଙ୍କ ପାଖରେ ଲାଗି କରାଯାଇଛି । ଏଥିସହିତ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣରେ ନୃତ୍ୟରତ ଭଙ୍ଗିରେ ଶୋଭାପାଉଛନ୍ତି । ହଜାର ହଜାର ଭକ୍ତ ଲମ୍ବା ଧାଡିରେ ଛିଡା ହୋଇ ମା’ଙ୍କ ଦର୍ଶନ ଲାଭ କରୁଛନ୍ତି । ସେହିଭଳି ବିଶ୍ୱାସ ରହିଛି ଆଜିର ଏହି ପବିତ୍ର ଦିନରେ ଅଁଳା ଗଛ ମୂଳରେ ଲାଲୀ ସୁତା ଗୁଡ଼ାଇ ଶଙ୍ଖା ସିନ୍ଦୁର ପୂଜା କରି ଅଁଳା ଗଛ ମୂଳରେ ୭ ଥର ପରିକ୍ରମା କରିଲେ ମାନସିକ ପୂରଣ ହେବା ସହ ପରିବାରର ମଙ୍ଗଳ କାମନା ହୁଏ ବୋଲି ଆଦିମ କାଳରୁ ବିଶ୍ୱାସ ରହିଅଛି । ସେହିପରି ଶ୍ରୀମନ୍ଦିରରେ ମଧ୍ୟ ଭକ୍ତଙ୍କ ପ୍ରବଳ ଭିଡ଼ । କାର୍ତ୍ତିକ ମାସ ସହ ଆଜି ରବିବାର ଥିବାରୁ ଭକ୍ତଙ୍କ ଭିଡ଼ ଲାଗିଛି । ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଦୂରଦୂରାନ୍ତରୁ ପୁରୀକୁ ଆସିଛନ୍ତି ଶ୍ରଦ୍ଧାଳୁ । ସେପଟେ ପଞ୍ଚୁକ ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ହବିଷ୍ୟାଳିଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟବସ୍ଥା ହୋଇଛି । ପଞ୍ଚୁକ ସମୟରେ ମୋଟ୍ ୩୮ ପ୍ଲାଟୁନ ପୋଲିସ ଫୋର୍ସ ପୁରୀରେ ନିୟୋଜିତ ହେବେ । ଶ୍ରୀମନ୍ଦିର ବାହାରେ ଓ ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ପୋଲିସ ଗୁରୁତ୍ୱ ଦେଇଛି । ଚଳିତବର୍ଷ ୫ ଦିନ ପରିବର୍ତ୍ତେ ୪ ଦିନ ପଡୁଛି ପଞ୍ଚୁକ ବ୍ରତ । ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଛି ।
Related Articles
Check Also
Close
-
ଆନନ୍ଦ ଟପ୍ପୋଙ୍କ ହତ୍ୟା ମାମଲା: ୬ ମାସରେ ସରିଲାନି ତଦନ୍ତOctober 1, 2024