ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀ ମୃତ, ଜଣେ ନିଖୋଜ । ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ଆଲୁରି ଜିଲ୍ଲାରେ ଘଟିଛି ଅଘଟଣ । ଜଳତରଙ୍ଗିନୀ ଝରଣାକୁ ୧୩ ଜଣ ଡାକ୍ତରୀ ଛାତ୍ରଛାତ୍ରୀ ବୁଲିବାକୁ ଯାଇଥିଲେ । ହଠାତ୍ ପ୍ରଖର ସ୍ରୋତର ଜଳ ଆସିବାରୁ ୪ ଜଣ ଝିଅ ଛାତ୍ରୀ ଓ ଜଣେ ଛାତ୍ର ପାଣିରେ ଭାସି ଯାଇଥିଲେ । ସେଠାରୁ ଜଣେ ଛାତ୍ର ଓ ଛାତ୍ରୀଙ୍କୁ ଉଦ୍ଧାର କରଯାଇଥିଲା । ଦୁଇ ଜଣ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଜଣେ ଛାତ୍ରୀ ଏବେ ବି ନିଖୋଜ ଅଛନ୍ତି । ଉଦ୍ଧାର ହୋଇଥିବା ୨ ଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯାହାଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ତେବେ ଗତକାଲି ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ରାତି ହେବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା । ଆଜି ସକାଳୁ ନିଖୋଜ ଛାତ୍ରୀଙ୍କ ତଲାସି ଜାରି ରହିଛି । ଏହି ଛାତ୍ରଛାତ୍ରୀ ଏଲୁର୍ ମେଡିକାଲ କଲେଜର ବୋଲି ଜଣାପଡିଛି ।