ରାଜ୍ୟଶୀର୍ଷ ଖବରଶ୍ରୀକ୍ଷେତ୍ରସଂସ୍କୃତି
Trending

ପୁରୀ ଶ୍ରୀମନ୍ଦିରକୁ ନେଇ ଆସିଲା ବଡ ଖବର

୧୮ରୁ କେବଳ ଦୁଇ ଦ୍ୱାର ଦେଇ ପ୍ରବେଶ

ପୁରୀ ଶ୍ରୀମନ୍ଦିରକୁ ନେଇ ଆସିଲା ବଡ ଖବର

 

ଆସନ୍ତା ୧୮ ତାରିଖରୁ ଶ୍ରୀମନ୍ଦିରର ଦୁଇ ଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ । ତେବେ କାର୍ତ୍ତିକ ମାସରେ ହବିଷ୍ୟାଳି ବ୍ରତଧାରୀଙ୍କ ଭିଡ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛି ମନ୍ଦିର ପ୍ରଶାସନ । ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ତଥା ହବିଷ୍ୟ ବ୍ରତଧାରୀଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଦର୍ଶନରେ ଏହି ସବୁ ଶୃଙ୍ଖଳା ଗ୍ରହଣ କରାଯାଇଛି । ଆସନ୍ତା ଅକ୍ଟୋବର ୧୮ ତାରିଖରୁ କେବଳ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ ଅନୁମତି ଦିଆଯିବ । ଶ୍ରଦ୍ଧାଳୁମାନେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ । ସିଂହଦ୍ୱାରରେ ଭକ୍ତଙ୍କ ପ୍ରସ୍ଥାନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ତେବେ ଶ୍ରୀମନ୍ଦିର ସେବକ ଓ ସେବକ ପରିବାର ସଦସ୍ୟଙ୍କ ପାଇଁ ଏହି ନିୟମ କାର୍ୟ୍ୟକାରୀ ହେବ ନାହିଁ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ସରକାର ବଦଳିବା ପରେ ମୋହନ ମାଝୀ ସରକାର ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଥିଲେ । ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲିଥିଲେ ମୋହନ ସରକାର ।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!