ଆଜି ମୁମ୍ବାଇରେ ହେବ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’। ଏଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ନିବେଶକ ସମ୍ମିଳନୀ ଆୟୋଜିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ।ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ। ଏଥିସହିତ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଥିବା ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଯାହାର ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜେପି ନଡ୍ଡା।ଏଥିରେ ପାରାଦ୍ୱୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ମୁଖ୍ୟମନ୍ତ୍ରୀ ମୁମ୍ବାଇର ହୋଟେଲ ଓବରାଏରେ ଆଗାମୀ ମେକ୍ ଇନ୍ ଓଡ଼ିଶା ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ଏଥିରେ ଶହେରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର।
Related Articles
Check Also
Close
-
ବିନା ଅନୁମତିରେ ବ୍ୟବହାର କରିପାରିବେନି ୟୁଜିସିର ଲୋଗୋ !October 26, 2024


