ଶପଥ ନେଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଜଷ୍ଟିସ୍ ଖାନ୍ନା ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଜଷ୍ଟିସ୍ ଖାନ୍ନା ପ୍ରଧାନ ବିଚାରପତି ପଦରେ ୬ ମାସ ଅର୍ଥାତ୍ ୨୦୨୫ ମେ’ ମାସ ୧୩ ତାରିଖ ପର୍ଯ୍ୟନ୍ତ ରହିବେ । ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ଯୋଗଦେଇ ଓକିଲାତି ଜୀବନ ଆରମ୍ଭ କରିଥିଲେ । ସାମ୍ବିଧାନିକ ଆଇନ, ଟିକସ, ମଧ୍ୟସ୍ଥତା ଆଇନ, ବାଣିଜ୍ୟିକ ଆଇନ ଓ ପରିବେଶ ଆଇନ ଉପରେ ତାଙ୍କର ବେଶ୍ ଅଭିଜ୍ଞତା ରହିଛି । ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ନିର୍ବାଚନୀ ବଣ୍ଡ ରଦ୍ଦ ଠାରୁ ଆରମ୍ଭ କରି ଇଭିଏମ୍ ସ୍ବଚ୍ଛତା, ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ କାଏମ ରଖିବା ଭଳି ଅନେକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଏହା ସହ ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆପ୍ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ ଭଳି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ଜଷ୍ଟିସ୍ ଖାନ୍ନା ।
Related Articles
ଅକ୍ଟୋବର ୧୪ରୁ ଶ୍ରୀମନ୍ଦିରରେ ରାଧାଦାମୋଦର ବେଶ
October 1, 2024
ଦ୍ଵନ୍ଦ ରେ ଜନତା କେଵେଫୁଟେଇ ବେ ବାଣ ?
October 31, 2024
ଆସିଲା ପବନ ଉଡେଇନେଲା ମୋ ପରିବାରକୁ ଭାଙ୍ଗିଦେଲା ସବୁ ସ୍ବପ୍ନ !୨୫ ବର୍ଷ ର ଝଡ
October 29, 2024
Check Also
Close
-
ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ !November 12, 2024
